Uppskattad leveranstid 7-12 arbetsdagar
Fri frakt för medlemmar vid köp för minst 249:-
ଉମାକାନ୍ତ ବାବୁ ଖୁବ୍ ବିଳମ୍ବରେ - ପ୍ରାୟ ୧୯୮୬ ମସିହାରେ ସାହିତ୍ୟରେ ମନୋନିବେଶ କଲେ । ଅନେକ କ୍ଷୁଦ୍ରଗଳ୍ପ, ନିବନ୍ଧ, ରମ୍ୟ ରଚନାର ସ୍ରଷ୍ଟା ଉମାକାନ୍ତ ବାବୁ ଜଣେ ସ୍ତମ୍ଭକାର ଭାବେ ବିଭିନ୍ନ ବିଷୟର ଅନୁଶୀଳନ କରି ନାନାଦି ପ୍ରାସଙ୍ଗିକ ଅଥଚ ସର୍ବସାଧାରଣରେ ଅବିଦିତ ତଥ୍ୟ ପରିବେଷଣ କରି ଏକ ବୃହତ୍ ପାଠକ ଗୋଷ୍ଠୀର ଶ୍ରଦ୍ଧାଭାଜନ ହୋଇପାରିଥିଲେ । ତାଙ୍କର କ୍ଷୁଦ୍ର ଗଳ୍ପଗୁଡ଼ିକ ଅନବଦ୍ୟ । ସେଥିରେ ସେ କଥକ ପରି ଚରିତ୍ରମାନଙ୍କୁ ଟିକିଏ ଦୂରରୁ (କିନ୍ତୁ ଏତେ ଦୂରୁ ନୁହେଁ ଯେ ସେମାନେ ଇତର ଲୋକ ବା ଅନାତ୍ମୀୟ ପରି ଦିଶିବେ) ଦେଖି ସେମାନଙ୍କର ନିତିଦିନିଆ ଜୀବନ ଓ ତା'ର ଅନ୍ତରାଳରେ ଥିବା ଜୀବନର ଚିତ୍ର ଉପସ୍ଥାପନ କରନ୍ତି । ଶୈଳୀ କଥକର ଶୈଳୀ ପରି - କାହାଣୀଟିକୁ ବିନା ବାକ୍ୟାଡମ୍ବରରେ ଓ ସଂକ୍ଷେପରେ କହିବା ସେ ଶୈଳୀର ଲକ୍ଷ୍ୟ । ଉମାକାନ୍ତ ବାବୁ ତିନିଟି ଖୁବ୍ ଅସାଧାରଣ ଓ ସାର୍ଥକ ଉପନ୍ୟାସର ରଚୟିତା ମଧ୍ୟ ।ଓଡ଼ିଆ
- Format: Häftad
- ISBN: 9781645606529
- Språk: Oriya
- Antal sidor: 124
- Utgivningsdatum: 2025-02-01
- Förlag: Black Eagle Books